ବାଲିଗୁଡା :ସରକାରୀ ବସ ଧକ୍କା ରେ ବାଇକ ଚାଳକ ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି ।ବାଲିଗୁଡା ଥାନା ସଲାଗୁଡ଼ା ପଂଚାୟତ ର କୁଡକେଲକିଆ ଘାଟି ବୁଲାଣି ରେ ଘଟିଛି ଦୁର୍ଘଟଣା। ମୃତ ବାଇକ ଚାଳକ କୁଡକେଲକିଆ ଗାଁ ର ବୀରେନ୍ଦ୍ର ମଳିକ ବୋଲି ଜଣା ପଡିଛି କ୍ଷ ଯୁବକ ଜଣକ ନିଜ ଗାଁ କୁଡକେଲକିଆ ଗାଁ ରୁ ବାଇକ ରେ ମେଲସିକିଆ ଗାଁ କୁ ଯାଉଥିବା ସମୟରେ ଡାକା ଅଭିମୁଖେ ଯାଉଥିବା ସରକାରୀ ବସ ଧକ୍କା ଦେଇଥିଲା ।ତେବେ ଯୁବକ ଙ୍କ ମୃତ୍ୟୁ ପରେ ଘଟଣା ସ୍ଥଳରେ ଉତେଜନା ଦେଖା ଦେଇଥିଲା । ବସ ଡ୍ରାଇଭର ଘଟଣା ସ୍ଥଳରୁ ଦୁର୍ଘଟଣା ପରେ ଫେରାର ଥିବା ଜଣା ପଡିଛି । ମୃତକ ଙ୍କ ପରିବାର କୁ ନ୍ୟାୟ ଓ କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକ ମୃତ ଦେହ କୁ ଶବ ବ୍ୟବଛେଦ ପାଇଁ ହସ୍ତାନ୍ତର ଦେବାକୁ ମନା କରିଥିଲେ । ଏଥିସହ ଦୁର୍ଘଟଣା ଘଟାଇଥିବା ସରକାରୀ ବସ କୁ ମଧ୍ୟ ଅଟକ ରଖିଥିଲେ ଗ୍ରାମବାସୀ । ବାଲିଗୁଡା ପୋଲିସ ଓ ତହସିଲଦାର ଘଟଣା ସ୍ଥଳରେ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ କ୍ଷତି ପୂରଣ ନେଇ ପ୍ରତିଶୃତି ଦେବା ପରେ ମୃତ ଦେହ ଛାଡିଥିଲେ ସ୍ଥାନୀୟବାସୀ
