ବାରିପଦା /କରଞ୍ଜିଆ: କରଞ୍ଜିଆ ସହରରେ ଆଜି ଅପରାହ୍ନରେ କାଳବୈଶାଖୀର ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ହୋଇଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଝଡ଼ ଓ ବର୍ଷାର ପ୍ରଭାବରେ କରଞ୍ଜିଆ-ଚଢ଼େଇଭୋଳ,କରଞ୍ଜିଆ- ସିଙ୍ଗଡ଼ା ରାସ୍ତାର ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ପଡ଼ିଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଥିଲା। ରାସ୍ତା ଉପରେ ଗଛ ପଡ଼ି ରହିଥିବାରୁ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା ଏବଂ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖବର ପାଇ କରଞ୍ଜିଆ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ସ୍ଥିତି ସ୍ୱାଭାବିକ କରିଥିଲେ।
