ବାଲିଗୁଡା : ଭିଜିଲାନ୍ସ ଜାଲରେ ବାଲିଗୁଡା ଓଞଊଇର ସହକାରୀ ନିର୍ବାହୀ ଯନ୍ତ୍ରୀ ନାଥ ବୈକୁଣ୍ଠ ବେହେରା ଓ ଆୟବହିର୍ଭୂତ ସମ୍ପରି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଶନିବାର ସକାଳୁ ସକାଳୁ ଏକକାଳୀନ ଚଢ଼ାଉ କରାଯାଇଛି ଓ ଆରମ୍ଭଭୁବନେଶ୍ୱରରେ ୪ଟି ସ୍ଥାନ ବାରିପଦା, ସମେତ ଯାଜପୁରରୁ ଧର୍ମଶାଳା ଏ ଏବଂ ବାଲିଗୁଡା ସରକାରୀ ବାସ ଭବନ ରେ ମଧ୍ଯ ରେଡ କରାଯାଉଛି ଓ ଭୁବନେଶ୍ୱର ନୀଳାଦ୍ରି ବିହାରରେ ଚାରି ମହଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ତିନି ମହଲା ଘର, ପର୍ଟିଆ କାନନ ବିହାର ଫେଜ୍ -୧ରେ ଦୁଇ ମହୁଲା ଘର, ଏବଂ ଚନ୍ଦ୍ରଶେଖରପୁରରେ ଦୁଇ ମହଲା ବିଶିଷ୍ଟ ଘର ଠାବ କରାଯାଇଛି। ଯାଜପୁର ଜିଲ୍ଲା ଧର୍ମଶାଳା କଲେଜ ନିକଟ ପାଣ୍ଡୁଆ ଗ୍ରାମରେ ପୈତୃକ ଜମି ଉପରେ ନିର୍ମିତ ଦୁଇ ମହଲା ଘର ଠାବ୍ କରିଛି ଭିଜିଲାନ୍ସ ଓ ବାରିପଦା ସହରର ଦେଉଳ ସାହି, ୱାର୍ଡ ନଂ-୯ରେ ଥୁଟ ଥୂବା ଜଣେ ସମ୍ପର୍କୀୟଙ୍କ ଘର, ଧର୍ମଶାଳାର ପାଣ୍ଡୁଆଁ ଗ୍ରାମରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘର, ବାଳି ବାଲିଗୁଡାସ୍ଥିତ ସ୍ୱତନ୍ତ୍ର ଅଧୂକାରୀ, ଆଇଟିଡିଏ କାର୍ଯ୍ୟାଳୟରେ ଥିବା ୧ ବେହେରାଙ୍କ ଙ୍କ କାର୍ଯ୍ୟାଳୟ, ଆଇଟିଡିଏ କାର୍ଯ୍ୟାଳୟ ନିକଟ ବାଲିଗୁଡାରେ ଥିବା ତାଙ୍କ ସରକାରୀ ବାସଭବନରେ ଚାଲିଛି ରେ ରେଡ୍ ବୈକୁଣ୍ଠ ନାଥ ବେହେରାଙ୍କ ବିରୋଧରେ ବଡ଼ ଧରଣର ତଦନ୍ତ ଆରମ୍ଭ କରିଛି ଓଡ଼ିଶା ଭିଜିଲାନ୍ସ। ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ, ଭୁବନେଶ୍ୱରଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସର ଏକ ବହୁସ୍ତୁରୀୟ ଟିମ୍ ତାଙ୍କ ସମ୍ପର୍କିତ ବିଭିନ୍ନ ସ୍ଥାନରେ ଏକାସଙ୍ଗରେ ଚଢ଼ାଉ କରୁଛି। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି ଓ ଚଢ଼ାଉ ସମୟରେ ସ୍ଥାବର ଓ ଅସ୍ଥାବର ସମ୍ପଭି, ବ୍ୟାଙ୍କ ଜମା, ନିବେଶ ଏବଂ ଅନ୍ୟାନ୍ୟ ଆର୍ôଥକ ଦଲିଲର ଯାଞ୍ଚ କରାଯାଉଥିବା ଜଣାପଡ଼ିଛି। ତେବେ ତଦନ୍ତ ଚାଲିଥିବାରୁ ଏପର୍ଯ୍ୟନ୍ତ କେତେ ପରିମାଣ ପରିମାଣର ସମ୍ପତ୍ତି ଠାବ ହୋଇ ହାଇଛି ସେନେଇ ଭିଜିଲାନ୍ସ ପକ୍ଷରୁ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇନାହିଁ।
