ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ତିନି ଦିନିଆ ରଜ ଉତ୍ସବ ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଉଛି କ୍ଷ ଏହି ଅବସରରେ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଦୋଳି ଖେଳ, ରଜଗୀତ, ପୋଡ଼ପିଠା ଓ ବିଭିନ୍ନ ପାରମ୍ପରିକ ଖାଦ୍ୟର ଆସର ଜମିଛି। ଯୁବତୀ ମାନେ ନୂତନ ପୋଷାକ ପିନ୍ଧି ରଜ ପାଳନ କରୁଥିବା ବେଳେ ଶିଶୁ ଓ ଯୁବବର୍ଗ ମଧ୍ୟ ଏହି ପର୍ବରେ ସାମିଲ ହୋଇଛନ୍ତି। ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ, ରଜ ଦୋଳି, ବିଭିନ୍ନ ପ୍ରତିଯୋଗିତା ଆୟୋଜନ ହେଉଛି କ୍ଷ ଓଡ଼ିଆ ଲୋକ ସଂସ୍କୃତି ଓ ପରମ୍ପରାର ସୁରକ୍ଷା କୁ ଆଖି ଆଗରେ ରଖି ସ୍ଥାନୀୟ ଟାଉନର ଦଣ୍ଡପାଣି ଲଜ ମାଲିକ ପଦ୍ମନାଭ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତା ରେ ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଲଜ ର ସାଂସ୍କୃତିକ ଭବନ ପରିସରରେ ଉଦଘାଟିତ ହୋଇ ଯାଇଛି କ୍ଷ ଉଦଘାଟନ ର ପ୍ରଥମ ଦିନରେ ଅବସର ପ୍ରାପ୍ତ ମେଡିକାଲ ସୁପର ଭାଇଜର ତଥା ବରିଷ୍ଠ ସାଂସ୍କୃତିକ କଳାକାର ନାରାୟଣ ବରାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା କ୍ଷ ଏଥିରେ ଅଞ୍ଚଳ ର ଶତାଧିକ ବିବାହିତ ମହିଳା,ଝିଅ, ଶିଶୁ ଉପସ୍ଥିତ ରହି ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇଥିଲେ କ୍ଷ ଏଥିରେ ଜଜ ଭାବେ ନାରାୟଣ ବରାଳ ଏବଂ ଓଡ଼ିଶୀ ନୃତ୍ୟ ଗୁରୁ କେଦାର ନାଥ ନାୟକ ଯୋଗ ଦେଇଥିଲେ କ୍ଷ
