ରତ୍ନଭଣ୍ଡାର ମରାମତି ଓ ଗଣତି ମଣତି ମାମଲା: ଏଏସଆଇ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ

Spread the love

କଟକ(ବ୍ୟୁରୋ) ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ଏଏସଆଇ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇଥିବା ନେଇ ସତ୍ୟପାଠରେ ଉଲ୍ଲେଖ ରହିଛି । ମରାମତି ପରେ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି । ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହେଉଛି, ଖୁବ୍ ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି କୋର୍ଟଙ୍କୁ ଅବଗତ କଲେ ଆଡ଼ଭୋକେଟ୍ ଜେନେରାଲ । ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଗଣତି ମଣତି ନେଇ ନିଷ୍ପତ୍ତି ହୋଇଥିଲା ।ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କରାଯିବ ବୋଲି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଥିଲେ । ରତ୍ନ ଭଣ୍ଡାରର ରତ୍ନ ଅଳଙ୍କାର ଗୁଡିକର ଡିଜିଟାଇଜେସନ କରାଯିବ ବୋଲି ମଧ୍ୟ ସେ ସୂଚନା ଦେଇଥିଲେ ।

Leave a Reply

Your email address will not be published. Required fields are marked *

error: Content is protected !!