ଭିଜିଲାନ୍ସ ପଞ୍ଝାରେ ସିଆର୍‌ଆରଆଇ ଥାନା ଅଧିକାରୀ ବିଜୟ କୁମାର ବାରିକ

Spread the love

କଟକ(ବ୍ୟୁରୋ): ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେଉଥିଲେ, ଧରାପଡ଼ିଲେ ଥାନା ବାବୁ ବିଜୟ କୁମାର ବାରିକ। ପୁଣି ଘରୁ ମିଳିଲା ନଗଦ ୫ ଲକ୍ଷ ଟଙ୍କା। ଏହାପରେ କଟକ ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆଜି ଅର୍ଥାତ୍ ଜାନୁଆରି ୪ ତାରିଖରେ କଟକର ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଭୁବନେଶ୍ୱରର ରାଜମହଲ ଛକରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି। ସେ ଜଣେ ଲାଇସେନ୍ସପ୍ରାପ୍ତ ମଦ ବିକ୍ରେତାଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ। ଅଭିଯୁକ୍ତ ଶ୍ରୀ ବାରିକଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହାପରେ ଶ୍ରୀ ବାରିକଙ୍କ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଏନେଇ ଅଭିଯୁକ୍ତ ବିଜୟ ବାରିକଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି। ଭୁବନେଶ୍ୱରର ୟୁନିଟ୍ ୧ ସ୍ଥିତ ବିଜୟ କୁମାର ବାରିକଙ୍କ ସରକାରୀ କ୍ୱାର୍ଟରରେ ଚଢ଼ାଉ ସମୟରେ ପ୍ରାୟ ୫ ଲକ୍ଷ ଟଙ୍କା ଜବତ ହୋଇଛି। ଲାଞ୍ଚ ଦାବି ଏବଂ ଜବତ ହୋଇଥିବା ଟଙ୍କାର ଉତ୍ସ ସମ୍ପର୍କରେ ତାଙ୍କୁ ପଚରାଉଚରା କରାଯାଉଛି। ତଦନ୍ତ ଜାରି ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

Leave a Reply

Your email address will not be published. Required fields are marked *

error: Content is protected !!