କେନ୍ଦୁଝର ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ମକର ଭେଟି’; ୧୯୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ

Spread the love

ଭୁବନେଶ୍ୱର(ବ୍ୟୁରୋ): କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଇଁ ୧୯୦୦ କୋଟିରୁ ଉର୍ଦ୍ଧ୍ୱ ୭୧ଟି ପ୍ରକଳ୍ପର ଶୁଭଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ସୂଚନାଯୋଗ୍ୟଯେ, ଆଜି ସମୁଦାୟ୧୭୦୮ କୋଟି ଟଙ୍କା ମୂଲ୍ୟର ୩୫ ଟି ପ୍ରକଳ୍ପର ଶିଳାନ୍ୟାସ କରାଗଲା ଏବଂ ପ୍ରାୟ ୧୯୪ କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରାଗଲା । ଏଥିରେ କେନ୍ଦୁଝରର ସ୍କୁଲ, ହଷ୍ଟେଲ, ଇରିଗେସନ, ପାର୍କିଂ ଜୋନ, ରାସ୍ତା ନିର୍ମାଣ, ପୋଖରୀ ଉନ୍ନତିକରଣ, ପର୍ଯ୍ୟଟନ ପ୍ରକଳ୍ପ, ଲାଇବ୍ରେରୀ, କ୍ୟାରିଅର କାଉନ୍େସସଲିଂ ସେଣ୍ଟରପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଅଙ୍ଗନବାଡ଼ି ବିଲ୍ଡିଂ ଇତ୍ୟାଦି ରହିଛି । ପୂର୍ବରୁ ଘୋଷଣା ଅନୁଯାୟୀ କେନ୍ଦୁଝରରେ ରିଜଓନାଲ ପ୍ଲାଣ୍ଟ ରିସୋର୍ସ ସେଣ୍ଟ ପାଇଁ ୫୦ କୋଟି ଟଙ୍କା ବିନିଯୋଗରେ ଶିଳାନ୍ୟାସ କରାଗଲା ଏବଂ ୩୮ କୋଟି ୨୨ ଲକ୍ଷ ଟଙ୍କାରେ ୧୪୭ଟି ମଡେଲ ଅଙ୍ଗନବାଡ଼ି କେନ୍ଦ୍ର ପ୍ରତିଷ୍ଠା ପାଇଁ ମଧ୍ୟ ଶିଳାନ୍ୟାସ କରାଗଲା । ୧୦୧ କୋଟି ଟଙ୍କା ବିନିଯୋଗରେ ୬ଟି ବ୍ଲକ୍‌ରେ ବ୍ଲକ୍‌ସ୍ତରୀୟ ଷ୍ଟାଡିୟମ ପ୍ରତିଷ୍ଠା ପାଇଁ ମଧ୍ୟ ଶିଳାନ୍ୟାସ କରାଗଲା । କେନ୍ଦୁଝରର ବିଭିନ୍ନ ସ୍ଥାନରେ ୨୧.୫୦ କୋଟି ଟଙ୍କା ବିନିଯୋଗରେ ୧୦୪ଟି ଏସିଆ, ଆଇସିଟି, ଲ୍ୟାବ୍ ବାଉଣ୍ଡରି ୱାଲର ଉଦ୍‌ଘାଟନ କରାଯାଇଛି । ଏଥିସହିତ ୧୪ କୋଟି ଟଙ୍କା ବିନିଯୋଗରେ ଚମ୍ପୁଆରେ ନିକଲସନ୍ ଫରେଷ୍ଟ ଟ୍ରେନିଂ ସ୍କୁଲ ମଧ୍ୟ ପ୍ରତିଷ୍ଠା କରାଯାଇଛି । ସେହିପରି ୯.୬୦ କୋଟି ଟଙ୍କାରେ ଖଣି କ୍ଷେତ୍ରରେ ସ୍ଥାନୀୟ ଯୁବକମାନଙ୍କୁ ସ୍କିଲ୍ ଟ୍ରେନିଂ ଦେବା ପାଇଁ ଡିଏମ୍‌ଏଫ୍ ଖଣି ଶକ୍ତିର ଉଦ୍‌ଘାଟନ କରାଯାଇଛି । ଯେବେଠୁ ମାଆ ତାରିଣୀଙ୍କ ପ୍ରକଳ୍ପର ଶିଳାନ୍ୟାସ ହୋଇଛି, ସେବେଠାରୁ କେନ୍ଦୁଝରର ବିକାଶର ଡବଲ ଇଂଜିନ ଗାଡିରେ ରକେଟ୍ ଇଞ୍ଜିନ ଲାଗିଛି ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ। କେଉଁଝର କେବଳ ଏକ ଜିଲ୍ଲା ନୁହେଁ – ଏହା ଉତ୍କୃଷ୍ଟ ପ୍ରାକୃତିକ ସମ୍ପଦର ଭୂମି। ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ କର୍ମଠ ଲୋକଙ୍କ ଭୂମି। ଏହି ମାଟି ଓଡ଼ିଶାର ଆର୍ôଥକ ଶକ୍ତିରେ ଅପାର ଅବଦାନ ରଖିଛି। ଖଣିଜ ପଦାର୍ଥ ଠାରୁ ଆରମ୍ଭ କରି ଜଙ୍ଗଲ, କୃଷି ଠାରୁ ମାନବ ସମ୍ବଳ ପର୍ଯ୍ୟନ୍ତ, କେନ୍ଦୁଝର ସର୍ବଦା ରାଜ୍ୟର ଅଭିବୃଦ୍ଧିକୁ ଶକ୍ତି ପ୍ରଦାନ କରିଆସିଛି। କେନ୍ଦୁଝର ଏକ ଇସ୍ପାତ ନଗରୀ ଭାବେ ଓଡ଼ିଶାର ଅର୍ଥନୀତିରେ ଆହୁରି ଅବଦାନ ରଖିବ । କେନ୍ଦୁଝରକୁ ପ୍ରାୟ ଅଧିକାଂଶ ରାସ୍ତା ୬ ଥାକିଆ ବିଶିଷ୍ଟ କରାଯିବ ବଡ଼ବିଲରେ ଏକ ରିଙ୍ଗ ରୋଡ଼ କରାଯିବ। କେନ୍ଦୁଝର-ସେ କହିଥିଲେ, ଆସନ୍ତା ୩-୪ ବର୍ଷ ଭିତରେ କେନ୍ଦୁଝର ରାଜ୍ୟର ଏକ ଶ୍ରେଷ୍ଠ ଜିଲ୍ଲା ଭାବରେ ପ୍ରତିଷ୍ଠା ହାସଲ କରିବ। ସେହି କ୍ରମରେ କେନ୍ଦୁଝର ପାଇଁ ୧୭୦୮ କୋଟି ଟଙ୍କାର ୩୫ ଟି ପ୍ରକଳ୍ପର ଶିଳାନ୍ୟାସ ସହିତ,୧୯୪ କୋଟି ଟଙ୍କାର ୩୬ ଟି ପ୍ରକଳ୍ପ ଉଦ୍ଘାଟିତ ହେଉଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି କହିଥିଲେ, ଆମ ସରକାର ରାଜ୍ୟର ସନ୍ତୁଳିତ ବିକାଶ ଦିଗରେ କାର୍ଯ୍ୟ କରୁଛନ୍ତି। ୨୦୦୦ ମସିହା ପରେ ମୁଁ ଅନେକ ବାର ବିଧାନସଭା ଭିତରେ ଏବଂ ବାହାରେ ଏହି ଆଞ୍ଚଳିକ ବୈଷମ୍ୟତା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲି। କାରଣ ମୋ ନିଜ ଜିଲ୍ଲା ଏହି ଆଞ୍ଚଳିକ ବୈଷମ୍ୟତାର ଶିକାର ହୋଇଥିଲା। ଆମ ସରକାର ଆସିବା ମାତ୍ରେ ଲୋକଙ୍କ ଏହି ଅଭିଯୋଗକୁ ସମାଧାନ କରିବା ପାଇଁ ଆମ ସରକାର ତୁରନ୍ତ ଉତ୍ତର ଓଡିଶା ଏବଂ ଦକ୍ଷିଣ ଓଡିଶା ବିକାଶ ପରିଷଦ ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଥିଲେ। ରିପୋର୍ଟ ଆସିଲା ପରେ ଏହି ଦୁଇ ବିକାଶ ପରିଷଦ ସଂପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହେବ।କେନ୍ଦୁଝରକୁ ଆସିବା ପୂର୍ବରୁ ରାଜ୍ୟର ସବୁ ୩୦ ଗୋଟି ଜିଲ୍ଲା ପାଇଁ ୧୧୦ ଟି ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନା କରାଯାଇଥିଲା। ସେହିପରି ଦୁଇ ଦିନ ତଳେ ସମ୍ବଲପୁରରେ ୯୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ତାର ଠିକ୍ କିଛି ଦିନ ପୂର୍ବରୁ ପବିତ୍ର ଧନୁଯାତ୍ରା ଅବସରରେ ବରଗଡ ଜିଲ୍ଲା ପାଇଁ ପ୍ରାୟ ୯୮୦ କୋଟି ତାଙ୍କର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଲୋକାର୍ପଣ କରାଯାଇଥିଲା।

Leave a Reply

Your email address will not be published. Required fields are marked *

error: Content is protected !!