୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Spread the love

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି।ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନ ବନ୍ଦରରେ ରାଜ୍ୟପାଳ ହରି ବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ଅଭିନନ୍ଦନ ଜଣାଇଥିଲେ। ବିମାନ ବନ୍ଦରରୁ ରାଷ୍ଟ୍ରପତିଙ୍କ କାରକେଡ୍ ସିଧାସଳଖ ଲୋକ ସେବା ଭବନ ଅଭିମୁଖେ ଯାଇଥିଲା। ରାଷ୍ଟ୍ରପତିଙ୍କ ଏହି ଦୀର୍ଘ ଗସ୍ତକୁ ଦୃଷ୍ଟିରେ ରଖି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି।

Leave a Reply

Your email address will not be published. Required fields are marked *

error: Content is protected !!