9ùe ùja cêLýcªúu R^ @bòù~ûM gêYûY
ଭୁବନେଶ୍ୱର(ବ୍ୟୁରୋ): ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃଆରୀ ୬ ତାରିଖ ଦିବା ୧୧ ଘଟିଟା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ।













Leave a Reply