ଭୂବନେଶ୍ୱର: ଚଳିତ ୨୦୨୬ ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ଅନୁଷ୍ଠିତ ହେବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ୨ୟ ସମୀକ୍ଷା ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗତ ଜାନୁଆରୀ ୧୩ ତାରିଖରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଥଯାତ୍ରା ସମନ୍ୱୟ କମିଟିର ପ୍ରଥମ ବୈଠକରେ ନିଆଯାଇଥିବା ନିଷ୍ପଭିର କାର୍ଯ୍ୟାନୁଷ୍ଠାନ ସଂପର୍କରେମୁଖ୍ୟ ଶାସନ ସଚିବ ସମୀକ୍ଷା କରିଥିଲେ।ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ରାଜସ୍ୱ ବିଭାଗ ଅତିରିକ୍ତମୁଖ୍ୟ ଶାସନ ସଚିବ ତଥା ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସନ ଡଃ. ଅରବିନ୍ଦ କୁମାର ପାଢ଼ୀ, ଗୃହ ନିର୍ମାଣ ଓ ନଗରଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ପୁଲିସ ଡିଜିପି ୱାଇ.ବି. ଖୁରାନିଆ, ଅଗ୍ନିଶମସେବା ଡିଜି ଡଃ. ସୁଧାଂଶୁ ଷଡଙ୍ଗୀ, ପୂର୍ଭ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ଆଇନ୍ ବିଭାଗପ୍ରମୁଖ ଶାସନ ସଚିବ ଡଃ. ପବିତ୍ରମୋହନ ସାମଲଙ୍କ ସମେତ ସମ୍ପୃକ୍ତ ଅନ୍ୟ ବିଭିନ୍ନ ବିଭାଗ ଓ ସଂସ୍ଥାର ବରିଷ୍ଠପଦାଧିକାରୀ ଏବଂ କର୍ତ୍ତୃପକ୍ଷମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
