ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ୮୦ ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଅଛି ।ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାସ ଙ୍କ ସଭାପତିତ୍ୱ ରେ ଏହି ବୈଠକ ରେ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ସମସ୍ତ କାର୍ଯ୍ୟକ୍ରମ ସମ୍ପର୍କ ରେ ଆଲୋଚନା କରାଯାଇଥିଲା ।ଏହି ବୈଠକ ରେ ବାଲିଗୁଡା ଏସଡ଼ିପିଓ ଶୁଭମ ଭୋସଲେ,ବାଲିଗୁଡା ପିଏ ଆଇ.ଟି.ଡି.ଏ କୃପାସିନ୍ଧୁ ବେହେରା, ଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ, ବୁଦ୍ଧିଜୀବୀ ଉପସ୍ଥିତ ରହିଥିଲେ।ଅଶିଏ ତମ ସ୍ୱାଧୀନତା ଦିବସ କୁ ମହା ଆଡମ୍ବର ଓ ଶାନ୍ତିପୂର୍ଣ୍ଣ ଭାବେ ପାଳନ ନେଇ ଏହି ବୈଠକ ରେ ଆଲୋଚନା କରାଯାଇଥିଲା ।
