କଟକ: କଟକ ବଡ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଘଟଣାରେ ୪ଜଣଙ୍କୁ ନିଲମ୍ବନ କରାଯାଇଛି।କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟରେ ସରକାରଙ୍କ ପାରିବ ପଣିଆ ଉପରେ ପ୍ରଶ୍ନ ଉଠାଇଥିଲା। ଆଜି ସରକାର ଏହା ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ବଡ଼ ୪ଜଣଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ଅଧିକାରୀ ମାନେ ହେଲେକଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ ଜେନା, ଆସିଷ୍ଟାଣ୍ଟ ଫାୟାର ଅଫିସର ସଂଜୀବ ବେହେରା, ଏସସିବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଓ ଏସସିବି ସବଡ଼ିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ ବିଶ୍ୱାଳ।ଗତ ରବିବାର ରାତିରେ ଏସସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଘଟଣା ଘଟିବା ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ଜଣ ରୋଗୀ ଥିଲେ। ଘଟଣାରେ ଏପର୍ଯ୍ୟନ୍ତ ଦଶରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡ ପରେ ଆୟୁସିୟୁରେ ସାଂଘାତିକ ସ୍ଥିତି ଉପୁଜିଥିଲା। ଗୁରୁତର ରୋଗୀଙ୍କୁ ନ୍ୟୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା ।
