ଭୁବନେଶ୍ୱର: ଖରାଦିନେ ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ବିଲ୍ ବକେୟା ଥିଲେ କଟିବନି ବିଦ୍ୟୁତ୍ ସଂଯୋଗ । ଏ ନେଇ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବିଲ୍ ପୈଠ ନକରିବା କାରଣରୁ କୌଣସି ବି ଡ଼ିସକମ୍ ଦ୍ୱାରା ଘରୋଇ ଗ୍ରାହକଙ୍କ ଅଘୋଷିତ ବିଦ୍ୟୁତ୍ କାଟ୍ କରିପାରିବେ ନାହିଁ। କେବଳ ଅତ୍ୟାବଶ୍ୟକ ମରାମତି କିମ୍ବା ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସାମୟିକ ଭାବେ ବିଦ୍ୟୁତ୍ କାଟ୍ ହୋଇପାରିବ। ପୂର୍ବ ନିର୍ଦ୍ଧାରିତ ବିଦ୍ୟୁତ୍ କାଟ୍ ବିଷୟରେ ଗ୍ରାହକମାନଙ୍କୁ SMS ଆଲର୍ଟ ଏବଂ ପବ୍ଲିକ୍ ଆଡ୍ରେସ୍ ସିଷ୍ଟମ୍ ମାଧ୍ୟମରେ ଆଗୁଆ ସୂଚନା ଦେବା ବାଧ୍ୟତାମୂଳକ କରାଯାଇଛି।
