ରାଜନଗର: ବଉଳା କୁମ୍ଭୀରର ଅନ୍ତୁଡିଶାଳ ଭାବେ ପରିଚିତ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ ପହିଲାରୁ ବନ୍ଦ ହେବ । କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି । ନଦୀ ନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । ସେମାନଙ୍କର ମିଳନପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ପର୍ଯ୍ୟନ୍ତ ବନ୍ଦ ରଖାଯିବା ପାଇଁ ନିର୍ଦ୍ଦେଶ ଜାରୀ ହୋଇଛି । ମା କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ହିଂସ୍ର ହୋଇ ଉଠିଥାଏ । ଏହି ସମୟ ମଧ୍ୟରେ ପର୍ଯ୍ୟଟକମାନଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ନଆସିବା ପାଇଁ ବାରଣ କରାଯାଇଛି।
