ପୁରୀ : ମହାପ୍ରଭୁଙ୍କ ଚଳିତ ବର୍ଷ ର ଚନ୍ଦନ ଯାତ୍ରା କୁ ପରମ୍ପରା ଅନୁଯାୟୀ ଓ ଶୃଙ୍ଖଳିତ ଭାବେ ସମ୍ପର୍ଣ୍ଣ ପାଇଁ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ପରାମର୍ଶ ଦେଇଛନ୍ତି।ଆଜି ଅପରାହ୍ନ ରେ ଜିଲ୍ଲାପାଳ ନରେନ୍ଦ୍ର ପୁଷ୍କରିଣୀ ର ଚନ୍ଦନ ଚକଡା ଓ ମହାପ୍ରଭୁଙ୍କ ଚାପ ସ୍ଥଳକୁ ଜିଲ୍ଲାପାଳ ପରିଦର୍ଶନ କରିଥିଲେ।ଚନ୍ଦନ ଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ଗାଡି ଚଳାଚଳ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା,ଭିଡ ନିୟନ୍ତ୍ରଣ, ଆଲୋକ ବ୍ୟବସ୍ଥା, ସ୍ୱଛତା ଓ ପରିଷ୍କାର ପରିଛନ୍ନତା,ସୂଚନା କେନ୍ଦ୍ର ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ବ୍ୟବସ୍ଥା,ସ୍ୱାସ୍ଥ୍ୟ ବ୍ୟବସ୍ଥା ଇତ୍ୟାଦି ର ସୁବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହି କ୍ଷେତ୍ର ପରିଦର୍ଶନ ରେ ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ତଥା ମୁନିସିପାଲ କର୍ପୋରେସନ ର କମିଶନର ଅରୁଗୁଳା ସ୍ନେହା,ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ,ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ସିଟି ଡିଏସପି ରଶ୍ମିରଞ୍ଜନ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।
