କଟକ: ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ବାଙ୍କୀରୁ ପୁଇଞ୍ଚା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍ ସେବାରେ ଚାଲୁଥିବା ଏକ ସରକାରୀ ବସ୍ ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି।ଭେଡ଼ା ଦୁର୍ଗାପୁର ଶବର ସାହି ନିକଟରେ ବସ୍?ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା।ଦୁର୍ଘଟଣାରେ ବସ୍ରେ ଥିବା ୪୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଆହତମାନଙ୍କୁ ତୁରନ୍ତ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ସମସ୍ତ ଆହତଙ୍କ ଚିକିତ୍ସା ଚାଲିଛି। ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ ଦୁର୍ଘଟଣାଗ୍ରସ୍ତ ବସ୍?କୁ ଯାଞ୍ଚ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ବସ୍ଟି କେଉଁ ପରିସ୍ଥିତିରେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା, ତାହା ଜାଣିବାକୁ ପୁଲିସ ତଦନ୍ତ କରୁଛି। ଅନ୍ୟପକ୍ଷରେ, ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ସହାୟତା କରିଥିଲେ। ବସ୍ରେ ଥିବା ଅନ୍ୟ ଯାତ୍ରୀମାନେ ସୁରକ୍ଷିତ ଥିବାରୁ ଏକ ବଡ଼ ଅଘଟଣ ଟଳିଯାଇଥିବା କୁହାଯାଉଛି।
